
ଭୁବନେଶ୍ଵର : ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ମୌସୁମୀ ଦୁର୍ବଳ ରହିବା ସହ ହାରାହାରି ବର୍ଷା ୧.୯ ମି.ମି. ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ଵାଭାବିକ୍ ବର୍ଷା ୯.୮ ମି.ମି. ତୁଳନାରେ ୮୦ ପ୍ରତିଶତ କମ୍ ରହିଛି । ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।