ଭୁବନେଶ୍ୱର, 25 ଅଗଷ୍ଟ – ମୌସୁମୀ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶରେ ଅବସ୍ଥାନ କରୁଥିବା ବେଳେ ପୂର୍ବ ଭାଗ ଆଜି ଉତରପ୍ରଦେଶର ଗୋରଖପୁରରୁ ବାହାରି ପାଟନା, ବାଙ୍କୁରା ମଧ୍ୟ ଦେଇ ପଶ୍ଚିମବଙ୍ଗର ଦିଘାରୁ ଦକ୍ଷିଣପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି । ଏହାର ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ୨୪ ଘଂଟା ମଧ୍ୟରେ ମୟୁରଭଂଜ,ବାଲେଶ୍ୱର, କେନ୍ଦୁଝର,ଅନୁଗୁଳ,କୋରାପୁଟ,ରାୟଗଡା ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା,ନୟାଗଡ, ଗଂଜାମ,ଗଜପତି, କେନ୍ଦୁଝର, ସୁନ୍ଦରଗଡ ,ଦେବଗଡ,ମୟୁରଭଂଜ,ଅନୁଗୁଳ,ଢେଙ୍କାନାଳ,କନ୍ଧମାଳ,କଳାହାଣ୍ଡି, ରାୟଗଡା, ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଗଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏ ସମସ୍ତ ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ଆସନ୍ତାକାଲି ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।