ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲାରେ ଲଗାତାର ଭାବେ ସ୍କ୍ରବ୍ ଟାଇଫସ୍ ପଜିଟିଭ୍ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଂଟା ମଧ୍ୟରେ ନୂଆ ୨ ଜଣ ସ୍କ୍ରବ୍ ଟାଇଫସ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ୍ ପଜିଟିଭ୍ ସଂଖ୍ୟା ୩୩୦ କୁ ବୃଦ୍ଧି ପାଇଛି ।
ତେବେ ଜନସାଧାରଣ ଏଥିରେ ଭୟଭିତ ନହେବାକୁ ପରାମର୍ଶ ଦେଇଛନ୍ତି ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମଓ), ଯଦି କାହାରି ଠାରେ ଏହି ରୋଗର କୌଣସି ଲକ୍ଷଣ ଦେଖାଦେଉଛି, ତେବେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ କ୍ରମେ ଔଷଧ ସେବନ କରିବାକୁ ସେ କହିଛନ୍ତି ।