ଭୁବନେଶ୍ଵର : ବଙ୍ଗୋପ ସାଗରରେ ସୃଷ୍ଟି ହେବାକୁ ଯାଉଥିବା ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସାମୁଦ୍ରିକ ବନ୍ଦର ଗୋପାଳପୁର, ପୁରୀ (ସିଗ୍ନାଲ ପୋର୍ଟ), ପାରାଦୀପ ଏବଂ ଧାମରା ପାଇଁ ୩ ନଂ ବିପଦ ସଂକେତ ୩- ଜାରି କରାଯାଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜିବୀଙ୍କୁ ଚେତାବନୀ ଦିଆଯାଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।