ରାଉରକେଲା : ପଶ୍ଚିମ ଓଡ଼ିଶାରେ ମାଡି ଚାଲିଛି ସ୍କ୍ରବ୍ ଟାଇଫସ୍ । ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୬ ଜଣ ସ୍କ୍ରବ୍ ଟାଇଫସ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ୍ ସ୍କ୍ରବ୍ ଟାଇଫସ୍ ପଜିଟିଭ୍ ସଂଖ୍ୟା ୨୦୬କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ସଂକ୍ରମଣକୁ ରୋକିବା ପାଇଁ ଜିଲ୍ଲା ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଏନେଇ ଲୋକଙ୍କୁ ସଚେତନ କରାଯାଉଥିବା ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମଓ) ସୂଚନା ଦେଇଛନ୍ତି ।