ଭୁବନେଶ୍ୱର : ସାପ କାମୁଡ଼ାରେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଛି । ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ମାଣିପୁର ପଂଚାୟତ ରଣପୁର ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି । ରତ୍ନାକର ମହାନ୍ତିଙ୍କ 13 ବର୍ଷୀୟ ପୁଅ ଲିଖିଲ ମହାନ୍ତି ଶୋଇଥିବା ବେଳେ ବିଳମ୍ବିତ ରାତିରେ ଏକ ବିଷଧର ସାପ କାମୁଡି ଦେଇଥିଲା। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନାକୁ ନେଇଥିଲେ । ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ତାଙ୍କ ମୃତ୍ୟୁରେ ପୁରା ପରିବାର ଭାଙ୍ଗିପଡିଥିବା ବେଳେ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି ।