ଭୁବନେଶ୍ବର, 13 ଅଗଷ୍ଟ – ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ବେଳେ ମୌସୁମୀ ନିମ୍ନ ଚାପ-ରେଖା ରବିବାର ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଥିବାରୁ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି, ଏବଂ ଏହା ଆଜି ଉତ୍ତରପ୍ରଦେଶର ମୁଜାଫରପୁର, ମଧ୍ୟଦେଇ ପଶ୍ଚିମବଙ୍ଗର ବାଲୁରଘାଟରୁ ପୂର୍ବ ଦିଗରେ ମଣିପୁର ଯାଏଁ ଲମ୍ବିଛି। ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି । ଭୁଥିବା ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି ।
ଦିଆଯାଇଥିବା ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୪ ଅଗଷ୍ଟ, ସୋମବାର ଅପରାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଓ ସୁନ୍ଦରଗଡ଼ ପ୍ରଭୃତି ଉପକୂଳ ଓ ପଶ୍ଚିମ ଓଡ଼ିଶାର ୧୫ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହଛିି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ।