ଭୁବନେଶ୍ୱର : କଟକ ମହାନଗର ନିଗମର ପ୍ରଥମ ମହିଳା ମେୟର ତଥା ବିଧାୟିକା ସୁଶ୍ରୀ ନିବେଦିତା ପ୍ରଧାନ (କୁନି ଅପା)ଙ୍କ ସ୍ମୃତିରେ ଏକ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳୀ ସଭା ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହେବ । ଏହି ଶ୍ରଦ୍ଧାଞ୍ଜଳୀ ସଭାରେ କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀଥାରମଣ ଯୋଗ ଦେବେ ।
ଏହି ଅବସରରେ ଆଜି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ସମସ୍ତ କାର୍ଯ୍ୟକର୍ତା ଉପସ୍ଥିତ ରହି ସ୍ୱର୍ଗତଃ ନିବେଦିତା ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିବା ପାଇଁ ରାଜ୍ୟ ସଭାପତି ଶ୍ରୀ ସାମଲ ଅନୁରୋଧ କରିଛନ୍ତି ।