ଭୁବନେଶ୍ୱର : ସ୍ୱାଧୀନତା ଦିବସ ଅବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସମୃଦ୍ଧ ଓଡିଶା, ଏକ ରୁପାନ୍ତରିତ ଓଡିଶା ଗଠନ ପାଇଁ ସମସ୍ତେ ମିଳିମିଶି କାମ କରିବାକୁ ଆହ୍ୱାନ ଜଣାଇଛନ୍ତି । ଭୁବନେଶ୍ୱରର ପ୍ରଦର୍ଶନୀ ପଡିଆ ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିବା ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କ ଉଦବୋଧନରେ ଏହା କହିଛନ୍ତି ।
ସେ କହିଛନ୍ତି , ଓଡିଶା ଆଜି ରୂପାନ୍ତର ଯୁଗରେ ପହଞ୍ଚିଛି। ଶିକ୍ଷା, ସ୍ୱାସ୍ଥ୍ୟ, ପର୍ଯ୍ୟଟନ ଭିତିଭୂମି ଆଦି ବିକାଶର ସବୁ କ୍ଷେତ୍ରରେ 5ଟି ସିଦ୍ଧାନ୍ତ ର ବ୍ୟବହାର ନୂଆ ଆଶା ସୃଷ୍ଟି କରିଛି। ରାଜ୍ୟର ସବୁ ଲୋକ- ଧନୀ, ଗରିବ,ମଧ୍ୟବିତ ସମସ୍ତେ ଏ ରୂପାନ୍ତରରେ ସାମିଲ ହୋଇଛନ୍ତି ବୋଲି ସେ କହିଛନ୍ତି ।
ସେ କହିଛନ୍ତି ଯେ ଓଡିଶାର ଅର୍ଥନୀତି ମଜବୁତ ହେଉଛି। ଗରିବୀ କମିଛି। ଓଡିଶାକୁ ଏବେ ଲକ୍ଷ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଆସୁଛି। ଯୁବକମାନଙ୍କ ପାଇଁ ନିଯୁକ୍ତିର ବିପୁଳ ସୁଯୋଗ ଆସିଛି ।
ଆଜି ଭାରତ ବିଶ୍ୱର ଏକ ପ୍ରମୁଖ ଶକ୍ତି ଭାବରେ ନିଜକୁ ପ୍ରତିଷ୍ଠା କରିପାରିଛି। ବିଭିନ୍ନ କ୍ଷେତ୍ରରେ ବିକାଶ ଆମର ଆତ୍ମବିଶ୍ୱାସ ବୃଦ୍ଧି କରିଛି। ଚନ୍ଦ୍ରଯାନ-୩ ସ୍ପେସ ରିସର୍ଚ କ୍ଷେତ୍ରରେ ଭାରତର ଗୌରବ ବୃଦ୍ଧି କରିଛି।
ସଶକ୍ତିକରଣ ପାଇଁ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ରାଜ୍ୟରେ 4373 ବ୍ୟାଙ୍କ ନ ଥିବା ପଂଚାୟତରେ ରାଜ୍ୟ ସରକାର ବ୍ୟାଙ୍କିଂ ଆଉଟଲେଟ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାଦ୍ବାରା ରାଜ୍ୟର ସବୁ ପଞ୍ଚାୟତ ର ଲୋକ ମାନେ ବ୍ୟାଙ୍କିଂ ସେବା ପାଇପାରିବେ। ବରିଷ୍ଠ ନାଗରିକ , ଆମର ମା ମାନେ ଏବଂ ଦିବ୍ୟାଙ୍ଗ ଭାଇ ଭଉଣୀ ମାନେ ଏହାଦ୍ୱାରା ସବୁଠାରୁ ଅଧିକ ଉପକାର ପାଇବେ ବୋଲି ସେ କହିଛନ୍ତି ।
ସେ କହିଛନ୍ତି ଯେ ମଧୁବାବୁ ପେନ୍ସନ ଯୋଜନାରେ ନିକଟରେ ଆଉ ୪ ଲକ୍ଷରୁ ଅଧିକ ଲୋକଙ୍କୁ ସାମିଲ କରାଯାଇଛି । ଆଜିଠାରୁ ନୂଆ ହିତାଧିକାରୀ ମାନେ ପେନ୍ସନ ପାଇବେ।
ସେ କହିଛନ୍ତି ଯେ ପ୍ରତି ଜୀବନ ମୂଲ୍ୟବାନ। ଆମର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଏ ଦିଗରେ ସଫଳତାର ସହ ସେବା ଯୋଗାଉଛି। ଉତ୍ତମ ସ୍ବାସ୍ଥ୍ୟ ସେବା ନିଶ୍ଚିତ କରିଛି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ବଡ ରୂପାନ୍ତର ଆଣିଛି ।
ମା ମାନେ ହେଉଛନ୍ତି ବିକାଶର ଚେହେରା । ମିଶନ ଶକ୍ତି ଆଜି ମା ମାନଙ୍କ ରୁପାନ୍ତରଣର ଇଂଜିନ ହୋଇଛି। ସେମାନେ ଏବେ ବିକାଶର ପରବର୍ତୀ ସ୍ତରରେ ପହଞ୍ଚିଛନ୍ତି।
ଚାଷୀ ଆମର ଗୌରବ .ଚାଷୀର ବିକାଶ ସବୁବେଳେ ଆମର ଫୋକସ ହୋଇ ରହିଛି .ଚାଷୀ ଭାଇ ର ଫସଲ ବୀମା ପ୍ରିମିୟମ ଦାୟିତ୍ଵ ଏବେ ରାଜ୍ଯ ସରକାର ନେଇଛନ୍ତି ।
ଯୁବ ସମାଜକୁ ରୋଜଗାରକ୍ଷମ କରିବା ପାଇଁ ଆମେ ପ୍ରତିବର୍ଷ ଏକ ଲକ୍ଷ ଯୁବକଙ୍କୁ ମାନଙ୍କୁ ଏନୟୁଏ ଯୋଜନାରେ ତାଲିମ ଦେବୁ । ଜଗନ୍ନାଥ ସଂସ୍କୃତିର ସୁରକ୍ଷା ସହ ପ୍ରତି ଗାଁ ରେ ମଡର୍ନ ଡିଜିଟାଲ ଇନଫ୍ରାଷ୍ଟକଚର ଭିତ୍ତିର ବିକାଶ ଆମର ଲକ୍ଷ୍ୟ। ଏଥିପାଇଁ ଆମେ ଚାରି ହଜାର କୋଟି ଟଙ୍କାର ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଆରମ୍ଭ କରିଛୁ ବୋଲି ଲସେ କହିଛନ୍ତି ।
ସେ କହିଛନ୍ତିଯେ ଗରିବ ଲୋକ , ଚାଷୀ ,ମହିଳା,ଜନଜାତି,କଳାକାର, ଯୁବ ସମାଜ ସମାଜ ର ସବୁ ବର୍ଗର ଲୋକଙ୍କୁ ସାଥିରେ ନେଇ ଓଡିଶା ଆଜି ଆଗକୁ ବଢୁଛି .ସମସ୍ତ ଙ୍କ ବିକାଶ ହିଁ ପ୍ରକୃତ ବିକାଶ ବୋଲି ସେ କହିଛନ୍ତି ।
ଏହି ପବିତ୍ର ଦିବସରେ ଆପଣମାନଙ୍କୁ ସମସ୍ତଙ୍କୁ ଅଭିନନ୍ଦନ ଜଣାଇବା ସହ ଏହି ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ନବକୃଷ୍ଣ ଚୌଧୁରୀ, ଗୋପବନ୍ଧୁ ଚୌଧୁରୀ, ଶହୀଦ ଲକ୍ଷ୍ମଣ ନାଏକ, ଶହୀଦ ବିର୍ସା ମୁଣ୍ଡା, ବୀର ସୁରେନ୍ଦ୍ର ସାଏ, ବକ୍ସି ଜଗବନ୍ଧୁ, ମା ରମାଦେବୀ, ମାଳତୀ ଚୌଧୁରୀ, ଡଃ ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ ଓ ପାର୍ବତୀ ଗିରିଙ୍କ ପରି ମହାନ୍ ସଂଗ୍ରାମୀ ମାନଙ୍କୁ ସ୍ମରଣ କରିଥିଲେ । ଦେଶର ଶାନ୍ତି ଓ ସୁରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଜୱାନ ମାନଙ୍କ ପ୍ରତି ମଧ୍ୟ ଏହି ଅବସରରେ ସେ ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।
ସେ କହିଛନ୍ତି ଯେ, ଭାରତର ସ୍ୱାଧୀନତା ସଂଗ୍ରାମ ବିଶ୍ୱ ଇତିହାସରେ ଏକ ନୂଆ ଯୁଗ ଆରମ୍ଭ କରିଥିଲା। ଏ ସଂଗ୍ରାମ ସମସ୍ତଙ୍କ ପାଇଁ ପ୍ରେରଣା ଥିଲା।