ଅନୁଗୁଳ : ଅନୁଗୁଳ ଜିଲ୍ଲାର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁରେଶ ଚନ୍ଦ୍ର ପାଣିଗ୍ରାହୀଙ୍କର ଆଜି ହୃଦଘାତରେ ଦେହାନ୍ତ ହୋଇଛି ।
ସୂଚନା ମୁତାବକ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁରେଶ ଚନ୍ଦ୍ର ପାଣିଗ୍ରାହୀ ଆଜି ସକାଳେ ଘରେ କାର୍ଯ୍ୟ କରୁଥିବା ବେଳେ ଅସୁସ୍ଥ ଅନୁଭବ କରିଥିଲେ । ତାଙ୍କୁ ଅନୁଗୁଳ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା କିନ୍ତୁ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ଡାକ୍ତର କହିଛନ୍ତି। ମୃତ ଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ଅତିରିକ୍ତ ଆରକ୍ଷୀ ଅଧୀକ୍ଷକଙ୍କ ମୃତ୍ୟୁ ଖବର ପାଇବା ପରେ ପୋଲିସ ପ୍ରଶାସନରେ ଶୋକର ଛାୟା ଖେଳିଯାଇଛି । ଡିଆଇଜି ବ୍ରିଜେଶ କୁମାର ରାଏ, ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ରଙ୍କ ସମେତ ସମସ୍ତ ପୋଲିସ ଅଧିକାରୀ ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିଛନ୍ତି।