ଭୁବନେଶ୍ଵର : ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ଉତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତୀ ଉତର-ଓଡିଶା ତତ-ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଅଂଚଳରେ ସକ୍ରିୟ ରହିଛି । ଏହା ଆଗାମୀ ୨ ରୁ ୩ ଦିନ ଯାଏଁ ପଶ୍ଚିମ-ଉତର-ପଶ୍ଚିମ ଦିଗରେ ଗତିକରି ଉତର ଓଡିଶା -ଉତର ଛତିଶଗଡ ମୁହାଁ ହେବାର ସମ୍ଭାବନା ରହିଛି ।
ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷା ଲାଗିରହିଛି । ଗତକାଲିର ବିଶ୍ଳେଷଣ ଅନୁଯାୟୀ, ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଜି ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, କନ୍ଧମାଳ ।
ସେହିପରି ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ କରାଯାଇଛି । ସେହିସବୁ ଜିଲ୍ଲା ଗୁଡିକ ହେଲା ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ବୌଦ୍ଧ, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।