ଭୁବନେଶ୍ୱର : ଓଡିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁର ପ୍ରଭାବ ନଥିଲେ ମଧ୍ୟ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ
୨୪ ଘଂଟା ମଧ୍ୟରେ ଉପକୂଳ ଓ ପଶ୍ଚିିମ ଓଡ଼ିଶାର ୧୮ଟି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଓ କନ୍ଧମାଳ । ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ୨୨ ତାରିଖରେ ସୁନ୍ଦରଗଡ,ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ,ଢେଙ୍କାନାଳ, କେନ୍ଦୁଝର,ମୟୁରଭଂଜ, ବୌଦ୍ଧ,କଳାହାଣ୍ଡି, କନ୍ଧମାଳ,ବାଲେଶ୍ୱର,ଗଜପତି ଓ ଗଂଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ । ଏହି ସମୟ ମଧ୍ୟରେ ସୁନ୍ଦରଗଡ, କେନ୍ଦୁଝର,ମୟୁରଭଂଜ, ଗଜପତି ଓ ଗଂଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମସ୍ତ ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଅନ୍ୟପକ୍ଷରେ ରାଜ୍ୟରେ ଅଗଷ୍ଟ ୨୩/୨୪ ତାରିଖ ଠାରୁ ବର୍ଷାର ପରିମାଣ ବଢ଼ିପାରେ ବୋଲି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।