ଭୁବନେଶ୍ଵର : ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଜାରି ରହିଛି । ମୌସୁମୀ ନିମ୍ନଚାପ ରେଖା ଆଜି ତା’ର ସାଧାରଣ ଅବସ୍ଥାନ ଠାରୁ ଉତରରେ ରହିବା ସହ ପଞ୍ଜାବର ଅମୃତସର ଠାରୁ ବାହାରି, କର୍ଣ୍ଣଲ, ମିରଟ, ଲକ୍ଷ୍ନୌ, ଗୟା, ଏବଂ ପଶ୍ଚିମବଙ୍ଗର ମାଲଦାରୁ ପୂର୍ବ ଦିଗରେ ନାଗାଲାଣ୍ଡ ଯାଏଁ ଲମ୍ବିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।