ଭୁବନେଶ୍ୱର : ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଆଜି ଗଣମାଧ୍ୟମକୁ କହିଛନ୍ତି ଯେ ବିଜେଡି ସାଧାରଣ ଜୀବନରେ କୌଣସି ପ୍ରକାର ହିଂସା କିମ୍ବା ବାଧା ସୃଷ୍ଟି ଉପରେ ବିଶ୍ୱାସକରେ ନାହିଁ । ଆମ ସୂଚନା ଅନୁଯାୟୀ ସେ ଭଳି କୌଣସି ଅଘଟଣ ଘଟି ନଥିଲା । ଯଦି ଏହା ଘଟିଥାନ୍ତା ତେବେ ବିଜେଡି ପ୍ରଥମେଏହାକୁ ନିନ୍ଦାକରିଥାନ୍ତା ।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଗୋଟିଏ ଉଦାହରଣ ଦେଇ ଡକ୍ଟର ପାତ୍ରକହିଛନ୍ତି ଯେ ଚିଲିକାର ତତ୍କାଳୀନ ବିଜେଡି ବିଧାୟକଶ୍ରୀ ପ୍ରଶାନ୍ତ ଜଗଦେବ ବିଜେପିର ବାଲୁଗାଁ ନଗର ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ୮ ସେପ୍ଟେମ୍ବର, ୨୦୨୧ରେ ବାଲୁଗାଁଠାରେ ଆକ୍ରମଣ କରିଥିଲେ । ଶ୍ରୀଜଗଦେବଙ୍କୁ ତୁରନ୍ତ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳରୁ ନିଲମ୍ବିତକରିଥିଲେ । ପରେ ତାଙ୍କୁ ମୁଖ୍ୟମନ୍ତ୍ରୀଏବଂ ବିଜେଡିସଭାପତି ଦଳରୁ ବହିଷ୍କାରକରିଥିଲେ କାରଣ ଶ୍ରୀ ନବୀନ ପଟ୍ଟନାୟକ ଗୁଣ୍ଡା ଗର୍ଦ୍ଦି ଉପରେ ବିଶ୍ୱାସ କରନ୍ତି ନାହିଁ ।
ତେବେ ସେହି ପ୍ରଶାନ୍ତ ଜଗଦେବଙ୍କୁ ଫୁଲମାଳ ପିନ୍ଧାଯିବାସହିତଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆଶୀର୍ବାଦ ଏବଂ ନିୟମିତ ବୈଠକ ଯୋଗୁଁ ବିଜେପିରେ ଯୋଗ ଦେବାକୁ ପ୍ରସ୍ତୁତ ଅଛନ୍ତି । ଆପଣ ଓଡ଼ିଶାର ଲୋକମାନଙ୍କ ପାଇଁ କେଉଁ ଉଦାହରଣସୃଷ୍ଟିକରୁଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି ।