ଭୁବନେଶ୍ଵର : ୩ରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପରବର୍ତୀ ୪୮ଘଂଟାରେ ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି।
୩ ସେପ୍ଟେମ୍ବର ବେଳକୁ ଉତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ପରବର୍ତୀ ୪୮ ଘଂଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ଲୋକଙ୍କୁ ଗୁଳୁଗୁଳିରୁ କିଛି ମାତ୍ରାରେ ଆଶ୍ଵସ୍ତି ମିଳିବା ନେଇ ଆଶା କରାଯାଉଛି। ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।