ଭୁବନେଶ୍ଵର : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗତ ୨୪ ଘଣ୍ଟାରେ ବଲାଙ୍ଗିର ଜିଲ୍ଲାର ବଲାଙ୍ଗିର ଠାରେ ସର୍ବାଧିକ ୨୧୫.୦ ମି.ମି. ବର୍ଷା ରେକର୍ଡ ହୋଇଛି ।
ସେହିପରି ରାୟଗଡ଼ା ଜିଲ୍ଲାର ଆମ୍ବଦୋଳାରେ ୨୦୫.୦ ମି.ମି., କଳାହାଣ୍ଡି ଜିଲ୍ଲାର ମଦନପୁର-ରାମପୁରରେ ୧୯୩.୦ ମି.ମି., ଜଗତସିଂହପୁର ଜିଲ୍ଲାର ଆଳିପିଙ୍ଗଳରେ ୧୮୨.୨ ମି.ମି., ଜଗତସିଂହପୁର ଜିଲ୍ଲାର ଜଗତସିଂହପୁରରେ ୧୭୭.୨ ମି.ମି., କନ୍ଧମାଳ ଜିଲ୍ଲାର କୋଟଗଡ଼ରେ ୧୭୬.୦ ମି.ମି., କଳାହାଣ୍ଡି ଜିଲ୍ଲାର ଥୂଆମୂଳ ରାମପୁରରେ ୧୫୮.୦ ମି.ମି., ଜଗତସିଂହପୁର ଜିଲ୍ଲାର ତିର୍ତୋଲରେ ୧୫୦.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର କେନ୍ଦ୍ରାପଡ଼ାରେ ୧୪୫.୦ ମି.ମି., ନବରଙ୍ଗପୁର ଜିଲ୍ଲାର ଡାବୁଗାଁରେ ୧୪୦.୦ ମି.ମି., ରାୟଗଡ଼ା ଜିଲ୍ଲାର କୋତ୍ରାଗୁଡ଼ାରେ ୧୩୫.୪ ମି.ମି., ଜଗତସିଂହପୁର ଜିଲ୍ଲାର ରଘୁନାଥପୁରରେ ୧୨୯.୦ ମି.ମି., ଯାଜପୁର ଜିଲ୍ଲାର ଦାନଗଦିରେ ୧୨୩.୦ ମି.ମି. ଏବଂ କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ଼ରେ ୧୨୧.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।