ଭୁବନେଶ୍ୱର, 21 ସେପ୍ଟେମ୍ବର – ଜଣେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ଓ ରେମୁଣା ବିଧାୟକ ସୁଧାଂଶୁ ପରିଡ଼ାଙ୍କୁ ଦଳରୁ ବହିଷ୍କୃତ କରିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେମାନଙ୍କ ବହିଷ୍କାର କରାଯାଇଛି। ଏନେଇ ଘୋଷଣା କରିଛନ୍ତି ଖୋଦ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
କିଛି ଦିନ ପୂର୍ବରୁ ଜଣେ ପୂର୍ବତନ କର୍ମଚାରୀଙ୍କ ପୁରୁଣା ଲୋନ୍ ଠକେଇ ଅଭିଯୋଗକୁ ଭିତ୍ତି କରି ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଖବରକାଗଜ ସଂସ୍ଥା ସମ୍ବାଦ ଉପରେ କ୍ରାଇମବ୍ରାଞ୍ଚ ଇଓଡବ୍ଲୁ ରେଡ୍ ହୋଇଥିଲା । 3 ଶହ କର୍ମଚାରୀଙ୍କ ନାମରେ ଲୋନ କରାଯାଇଥିବାର ଅଭିଯୋଗ ତାଙ୍କ ବିରୁଦ୍ଧରେ ଆସିଥିବାରୁ ତାଙ୍କୁ ଦଳରୁ ବହିଷ୍କାର କରାଯାଇଛି ବୋଲି ବିଜେଡି ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି ।
ସେହିପରି ଚାଷୀ ମାନଙ୍କ ପାଇଁ ଆସିଥିବା ସବସିଡି ଅର୍ଥକୁ ଆତ୍ମସାତ କରିଥିବା ଅଭିଯୋଗ ରେମୁଣାୈ ବିଧାୟକଙ୍କ ବିରୁଦ୍ଧରେ ଥିବାରୁ ତାଙ୍କ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ବୋଲି ଦଳ ପକ୍ଷରୁ କୁହା ଯାଇଛି ।
ଉଲ୍ଲେଖନୀୟ ଯେ. ସେପ୍ଟେମ୍ବର ୧୨ ତାରିଖରେ ସୌମ୍ୟଙ୍କୁ଼ ବିଜେଡି ଦଳର ଉପସଭାପତି ପଦରୁ ବହିଷ୍କାର କରାଯାଇଥିଲା। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦସ୍ତଖତରେ ଦୁଇ ଧାଡ଼ିଆ ନିର୍ଦ୍ଦେଶନାମା ପ୍ରକାଶ ପାଇଥିଲା। ସେଥିରେ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ଉପସଭାପତି ପଦରୁ ହଟାଇ ଦିଆଯାଇଥିବା ଉଲ୍ଲେଖ କରାଯାଇଥିଲା।ୁ