ଭୁବନେଶ୍ଵର : ଉତ୍ତର-ପୂର୍ବ ପାର୍ଶ୍ଵବର୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଲା ଲଘୁଚାପ । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇ ଉତର ଓଡିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି । ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।