ଭୁବନେଶ୍ଵର : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାର ଜଟଣୀରେ ସର୍ବାଧିକ ୧୩୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ପୁରୀ ଜିଲ୍ଲାର ସତ୍ୟବାଦୀରେ ୯୬.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର କେନ୍ଦ୍ରାପଡ଼ାରେ ୮୭.୦, ପୁରୀ ଜିଲ୍ଲାର ଗୋପରେ ୭୫.୦, ନୟାଗଡ଼ ଜିଲ୍ଲାର ଓଡ଼ଗାଁରେ ୭୩.୭, ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ୬୪.୦, କଟକ ଜିଲ୍ଲାର କଟକରେ ୬୩.୪, କଟକ ଜିଲ୍ଲାର ନିଶ୍ଚିନ୍ତକୋଇଲିରେ ୬୩.୦, ଝାରସୁଗୁଡ଼ା ଜିଲ୍ଲାର ଲଖନପୁରରେ ୬୨.୦, ନୟାଗଡ଼ ଜିଲ୍ଲାର ନୟାଗଡ଼ରେ ୬୧.୦, କଟକ ଜିଲ୍ଲାର ସାଲେପୁରରେ ୫୨.୦ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର ଆଳିରେ ୫୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।