
ଭୁବନେଶ୍ଵର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଗାମୀ ୨ ଦିନ ଯାଏଁ କିଛି ଜିଲ୍ଲାରେ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।