ସମ୍ବଲପୁର : ୬ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ବନ୍ଧର ବାମ ପାର୍ଶ୍ଵ ଡାଇକ୍ ର ୪ଟି ଏବଂ ଡାହାଣ ପାର୍ଶ୍ଵ ଡାଇକ୍ ର ୨ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।
ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୨୪ ହଜାର ୧୦ ଘନଫୁଟ୍ ଜଳ ପ୍ରବେଶ କରୁଥିବା ବେଳେ ୬ଟି ସ୍ଲୁଇସ୍ ଗେଟ୍, ବିଭିନ୍ନ ପାୱାର ଚାନେଲ ଓ ସ୍ପିଲୱେ ଦେଇ ପ୍ରତି ସେକେଣ୍ଡରେ ୧ ଲକ୍ଷ ୩୬ ହଜାର ୭୧୫ ଘନଫୁଟ୍ ରୁ ଉର୍ଦ୍ଧ୍ଵ ଜଳ ମହାନଦୀକୁ ଛଡାଯାଉଛି । ଆଜି ସଂନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୮.୨୩ ଫୁଟ୍ ରହିଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।
ଗତ ୨୪ ଘଂଟା ମଧ୍ୟରେ ଜଳଭଣ୍ଡାରର ଉପର ମୁଣ୍ଡରେ ୦୮.୯୦ ମି.ମି. ଏବଂ ତଳ ମୁଣ୍ଡରେ ୧୫.୦୭ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବିଭାଗୀୟ କର୍ତୃପକ୍ଷଙ୍କ ସୂତ୍ରରୁ ପ୍ରକାଶ ।