ଭୁବନେଶ୍ଵର : ଗତକାଲିର ଲଘୁଚାପ କ୍ଷେତ୍ର ଆଜି ଦକ୍ଷିଣ-ପଶ୍ଚିମ ଝାଡ଼ଖଣ୍ଡ ଓ ଉତର ଛତିଶଗଡ଼ ଉପରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆହୁରି ଦୁଇ ଦିନ ବର୍ଷା ଲାଗି ରହିବ ।
ଗତ ୨୪ ଘଂଟାରେ ରାଜ୍ୟରେ ମୌସୁମୀ ଅତ୍ୟଧିକ ସକ୍ରିୟ ସହ ହାରାହାରି ବର୍ଷା ୨୬.୮ ମି.ମି. ରେକର୍ଡ କରାଯାଇଛି, ଯାହା ସ୍ଵାଭାବିକ ବର୍ଷା ୪.୬ ମି.ମି. ତୁଳନାରେ ୪୭୭ ପ୍ରତିଶତ ଅଧିକ ରହିଛି ।
ଅକ୍ଟୋବର ମାସରେ ପ୍ରଥମ ତିନି ଦିନରେ ୫୩.୭ ମି.ମି. ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ଵାଭାବିକ ବର୍ଷା ୧୫.୯ ମିମି ତୁଳନାରେ ୨୩୮ ପ୍ରତିଶତ ଅଧିକ ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।