ଭୁବନେଶ୍ୱର : ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟ ସରକାରଙ୍କୁ ନୋଟିସ୍ ଜାରି କରିଛନ୍ତି ହାଇକୋର୍ଟ । ସପ୍ତାହକ ଭିତରେ ନୋଟିସର ଜବାବ ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ମୁଖ୍ୟ ଶାସନ ସଚିବ, ଉଚ୍ଚଶିକ୍ଷା ବିଭାଗ ସଚିବ ଓ ନିର୍ଦ୍ଦେଶକ ଏବଂ ଗଣଶିକ୍ଷା ବିଭାଗ ସଚିବଙ୍କୁ ନୋଟିସ୍ କରିଛନ୍ତି ହାଇକୋର୍ଟ । କଲେଜ ଓ ବିଶ୍ୱ ବିଦ୍ୟାଳୟ ଗୁଡିକରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ନେଇ ରାଜ୍ୟ ସରକାରଙ୍କ ନିଷ୍ପତିକୁ ବିରୋଧ କରି ଏବିଭିପି ପକ୍ଷରୁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ ହୋଇଥିଲା ।