ଭୁବନେଶ୍ୱର : କଳାହାଣ୍ଡି ଜିଲ୍ଲା ନର୍ଲା ନିର୍ବାଚନୀ ମଣ୍ଡଳୀ ମଦନରାମପୁରଠାରେ ବିଜେପିର କାର୍ଯ୍ୟକର୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଯୋଗ ଦେଇଥିଲେ । ଏହି ସମ୍ମିଳନୀରେ ଦଳର ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ରହି ବୁଥ ସ୍ତରରେ ସଂଗଠନକୁ ସୁଦୃଢ଼ କରିବା ଏବଂ ପ୍ରଧାନମନ୍ତ୍ରୀଙ୍କ ବାର୍ତାକୁ ପହଂଚାଇବା ପାଇଁ ଆହ୍ୱାନ ଦେଇଥିଲେ । ଏହାସହ ୨୦୪୭ ସୁଦ୍ଧା ଭାରତକୁ ବିକଶିତ ରାଷ୍ଟ୍ର ଗଠନ ପାଇଁ କାର୍ଯ୍ୟକର୍ତାଙ୍କୁ ‘ପାଂଚଟି ସଂକଳ୍ପ’ର ଶପଥ ପାଠ କରାଇଥିଲେ ଶ୍ରୀ ସାମଲ ।
ଏହା ପୂର୍ବରୁ ସେ ମହାନ ସ୍ୱାଧୀନତା ସଂଗ୍ରାମୀ ରେଣ୍ଡୋ ମାଝୀଙ୍କ ସ୍ମୃତି ପୀଠ କଳାହାଣ୍ଡି ଜିଲ୍ଲା ନର୍ଲା ନିର୍ବାଚନୀ ମଣ୍ଡଳୀ ମଦନ ରାମପୁରରେ ପହଂଚି ତାଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମର ସେଠାରୁ ଓ ଶ୍ରୀରାମ ମନ୍ଦିରରୁ ଅମୃତ କଳସରେ ମାଟି ସଂଗ୍ରହ କରିଥିଲେ ।