ଭୁବନେଶ୍ୱର : ଚଳିତ ବର୍ଷ ନଭେମ୍ବର ୧ ପରିବର୍ତେ ଆସନ୍ତା ଅକ୍ଟୋବର ୧୪ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବାକୁ ଯାଉଛି । ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଂଚଳିକ ବନ୍ୟ ପ୍ରାଣୀ ସଂରକ୍ଷକ ଡ଼ଃ ପ୍ରକାଶ ଚାନ୍ଦ ଗୋଗିନେନି ଆଜି ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ପୂର୍ବପରି ଦୈନିକ ଚାରି ଚକିଆ ଯାନ କାଳିଆଣି ତନଖି ଫାଟକ (ଯଶୀପୁର) ପଟୁ ୩୫ ଗାଡି ଓ ପିଠାବଟା (ବାରିପଦା) ତନଖି ଫାଟକ ଦେଇ ୨୫ ଗାଡି ଜଙ୍ଗଲ ଭିତରକୁ ପ୍ରବେଶ କରିବ । ଉକ୍ତ ଦୁଇ ତନଖି ଫାଟକରେ ପ୍ରବେଶ ଅନୁମତି ପତ୍ର ସକାଳ ୬ ଟା ରୁ ୯ ଟା ପର୍ଯ୍ୟନ୍ତ ବୁକିଂ କାଉଂଟରରେ ଉପଲବ୍ଧ ରହିବ । ମାର୍ଗଦର୍ଶିକା ଅନୁପାଳନ ସହିତ ଅଭୟାରଣ୍ୟକୁ ସ୍ୱଚ୍ଛ ରଖିବା ପାଇଁ ପର୍ଯ୍ୟଟକ ମାନେ ଭିତରକୁ ପ୍ରବେଶ ସମୟରେ ନିଜ ସାଥୀରେ ପ୍ଲାଷ୍ଟିକ ସାମଗ୍ରୀ, ମାଦକ ଦ୍ରବ୍ୟ, ଆମିଷ ଓ ଅଗ୍ନି ସଂଯୋଗକାରୀ ସାମଗ୍ରୀ ଆଦି ନେବା ଉପରେ କଟକଣା ଜାରି କରାଯାଇଛି ।