ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ଲୋକସେବା ଭବନରେ ମିଶନଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅଭିଭାଷଣରେ କହିଛନ୍ତି ଯେ, ମହିଳା ସଶକ୍ତିକରଣରେ ଆଜିର ଦିନ ଗୁରୁତ୍ୱପୂର୍ଣ୍ଣ। ମାଆମାନେ ଭଲ କାମ କରୁଛନ୍ତି। ଓଡ଼ିଶା ପାଇଁ ମାଆମାନେ ଆଣିଛନ୍ତି ନୂଆ ଗତି, ଶକ୍ତି ଓ ପ୍ରଗତି। ଗତି ହିଁ ଶକ୍ତି, ସ୍କୁଟର ଯୋଜନା ମାଆଙ୍କ ଗତିକୁ ଶକ୍ତିଶାଳୀ କରିଛି। ୧୫ ହଜାର ମାଆ ପାଇଛନ୍ତି ସ୍କୁଟର। ଆଗକୁ ଆଉ ୨ ଲକ୍ଷ ମାଆ ସ୍କୁଟର ପାଇବେ। ମିଶନଶକ୍ତି ସ୍କୁଟର ଯୋଜନାରେ ୫୨୮ କୋଟି ଟଙ୍କାର ସୁଧ ଋଣ ଛାଡ଼ ହେବ।