ଗଞ୍ଜାମ : ଗଞ୍ଜେଇ ଚୋରାଚାଲାଣ ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ପ୍ରତ୍ୟେକଙ୍କୁ ୧୦ ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡ ସହ ୧ ଲକ୍ଷ ଟଙ୍କା ଲେଖାଏଁ ଜୋରିମାନା ଓ ଜୋରିମାନା ଅନାଦେୟ ଅଧିକ ୧ ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡ ପାଇଁ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି ବ୍ରହ୍ମପୁର ପ୍ରଥମ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ । ଡଃ. ଇନ୍ଦୁ ଶର୍ମା ଉପଯୁକ୍ତ ସାକ୍ଷ୍ୟ ପ୍ରମାଣ ଆଧାରରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ସେମାନେ ହେଲେ ପୁରୁଷୋତମପୁର ଥାନା ଅନ୍ତର୍ଗତ ଶିକୁଳାପଲ୍ଲୀର ପି. ମହେଶ ପାତ୍ର (୩୩) ଏବଂ ଦିଗପହଣ୍ଡି ଥାନା ଅନ୍ତର୍ଗତ ଡେଙ୍ଗାଓସ୍ତାର ଅଜୟ ବେହେରା ।