ଭୁବନେଶ୍ବର16 ଅଗଷ୍ଟ – ୧୯୯୦ ବ୍ୟାଚ୍ ଆଇପିଏସ୍ ଅଫିସର ଯୋଗେଶ ବାହାଦୂର ଖୁରାନିଆ(ଓ୍ପାଇ ବି ଖୁରାନିଆ) ଓଡ଼ିଶାର ନୂଆ ପୁଲିସ ଡିଜି ଭାବେ ନିଯୁକ୍ତ ହୋଇଛନ୍ତି। ଖୁରାନିଆଙ୍କ ନିଯୁକ୍ତି
ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିବା କରିଥିଲେ । ଏଠାରେ ଉଲ୍ଲେଖ କରାଯାଇ ପାରେ ଯେ. ଶ୍ରୀ ଖୁରାନିଆ ଭୁବନେଶ୍ୱର-କଟକ କମିଶନରେଟ ପୁଲିସର କମିଶନର ଓ ନୟାଗଡ଼, ରାଉରକେଲା, ଯାଜପୁର, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାର ପୁଲିସ ଏସପି ଭାବେ କାର୍ଯ୍ୟ କରିଛନ୍ତି। ଏହାଛଡ଼ା ସେ ଉତ୍ତରାଞ୍ଚଳ ଓ ଦକ୍ଷିଣାଞ୍ଚଳ ଡିଆଇଜି ଏବଂ ବିଜୁ ପଟ୍ଟନାୟକ ପୁଲିସ ପ୍ରଶିକ୍ଷଣ ଏକାଡେମୀର ମଧ୍ୟ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ। ଏହା ପୂର୍ବରୁ ଶ୍ରୀ ଖୁରାନିଆ ବିଏସଏଫର ସ୍ପେଶାଲ୍ ଡିଜି ମଧ୍ୟ ଥିଲେ।