ଭୁବନେଶ୍ୱର, 23 ଅକ୍ଟୋବର – ସ୍ଥଳଭାଗ ଛୁଇଁଲା ବାତ୍ୟାର ବାହ୍ୟ ବଳୟ । ଭଦ୍ରକ ଓ କେନ୍ଦ୍ରାପଡାରେ ଏହାର ପ୍ରାଥମିକ ପ୍ରଭାବ ଦେଖିବାକୁ ମିଳିଛି । ପାରାଦୀପରୁ ରାଡାରରୁ ମିଳିଥିବା ତଥ୍ୟରୁ ଏହି ସୂଚନା ମିଳିଥିବା ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି । ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ଆରମ୍ଭ ହୋଇଛି ବର୍ଷା ଏବଂ ବଢ଼ିଛି ପବନର ବେଗ। ଏବେ ପାରାଦୀପ ଠାରୁ ୪୯୦ କିମି ଦୂରରେ ରହିଛି ବାତ୍ୟା ଦାନା। ଘଣ୍ଟା ପ୍ରତି ୧୩ କିମି ବେଗରେ ଆଗକୁ ବଢୁଛି । ଆସନ୍ତାକାଲି ମଧ୍ୟରାତ୍ର ଓ ୨୫ ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟା ରେ ପରିଣତ ହୋଇ ଭିତରକନିକା ଓ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ। ସେହି ସମୟରେ ପବନର ବେଗ ୧୦୦ ରୁ ୧୦୦ ଅର୍ଥାତ୍ ଝଟକା ପବନ ୧୨୦ କିମି ରହିବା ସମ୍ଭାବନା । ସମୁଦ୍ର ଅଶାନ୍ତ ରହିଛି । ପୁରୀ, ଧାମରା, ପାରାଦୀପ ବନ୍ଦର ପାଇଁ ୧୦ ନମ୍ବର ବିପଦ ସଙ୍କେତ ଜାରି ହୋଇଥିବା ବେଳେ ଗୋପାଳପୁରକୁ ଜାରି ହୋଇଛି ୮ ନମ୍ବର ବିପଦ ସଙ୍କେତ। ଭୁବନେଶ୍ବରରେ ପାଗ ମେଘୁଆ ରହିବ । ୨୪ ଓ ୨୫ ରେ ବର୍ଷା ହେବ । ପବନର ବେଗ ୬୦ ରୁ ୭୦ ରହିବ ବୋଲି ଆଂଚଳିକ ପାଣିପାଗ ବିଭାଗ ବୈଜ୍ଞାନିକ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।