ଭୁବନେଶ୍ୱର : ପୂର୍ବତନ ବିଧାୟିକା ନିବେଦିତା ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି, ପୂର୍ବତନ ବିଧାୟିକା ତଥା କଟକର ପ୍ରଥମ ମେୟର ନିବେଦିତା ପ୍ରଧାନଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନସେବାରେ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।