ଭୁବନେଶ୍ୱର, 12 ଅଗଷ୍ଟ – ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୫ ତାରିଖ ପରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ୨୪ ଘଂଟା ମଧ୍ୟରେ ବାଲେଶ୍ୱର , ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, କେନ୍ଦୁଝର, ମୟୁରଭଂଜ , ଢେଙ୍କାନାଳ,ଅନୁଗୁଳ ଜିଲ୍ଲାରେ ବିଜୁଳି ଘଡଘଡି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହା ବ୍ୟତୀତ କେନ୍ଦୁଝର, ମୟୁରଭଂଜ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।