ବାଲେଶ୍ଵର : ବାଲେଶ୍ଵର ଜିଲ୍ଲା ନୀଳଗିରି ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବିରେ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ସକାଳ ୬ଟା ଠାରୁ ସଂନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯାଉଛି । ଫଳରେ ଦୋକାନ ବଜାର, ଯାନବାହନ ଚଳାଚଳ ବନ୍ଦ ରହିଛି । ତେବେ ଅତ୍ୟାବଶ୍ୟକ ସେବାକୁ ଏଥିରୁ ବାଦ୍ ଦିଆଯାଇଛି ।
ଏଠାରେ ଉଲ୍ଲେଖଯୋଗ୍ୟ, ଗଡ଼ଜାତ ମିଶ୍ରଣ ପର ଠାରୁ ଅଂଚଳର ବିକାଶ ହୋଇନଥିବା ଅଭିଯୋଗ କରିଛି କ୍ରିୟାନୁଷ୍ଠାନ କମିଟି ।