ଭୁବନେଶ୍ଵର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ସୁଦୃଶଃ ଲଘୁଚାପ କ୍ଷେତ୍ର । ଯାହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଅଧିକାଂଶ ସ୍ଥାନରେ ପାଗ ମୁଖ୍ୟତଃ ମେଘୁଆ ରହିଛି । ସକ୍ରିୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ୩୦ ତାରିଖ ଠାରୁ ଆସନ୍ତା ୨ ତାରିଖ ଯାଏ ବର୍ଷା ଜାରି ରହିବ । ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୯ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଏବଂ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୧୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ ।
ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ଵର, ଢ଼େଙ୍କାନାଳ, ମୟୂରଭଞ୍ଜ ଏବଂ କେନ୍ଦୁଝର ।
ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଅନୁଗୁଳ, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।