ଭୁବନେଶ୍ୱର, 4 ଅକ୍ଟୋବର – ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ସଚିବ ଅରବିନ୍ଦ ପାଢ଼ୀ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ହୋଇଛନ୍ତି । ଦୁଇ ଦିନ ତଳେ କ୍ୟାପିଟାଲ ହସ୍ପିଟାଲରେ ସେ ରକ୍ତ ନମୁନା ପରୀକ୍ଷା କରାଇଥିଲେ । ତାଙ୍କ ରିପୋର୍ଟ ପଜିଟିଭ ଆସିଛି । ବର୍ତମାନ କୃଷି ସଚିବ ଘରେ ରହି ଚିକିତ୍ସିତ ହେଉଛନ୍ତି । ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଅଛି । କୃଷି ସଚିବ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ନେଇ କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି ।