ଭୁବନେଶ୍ଵର, ୭ ସେପ୍ଟେମ୍ବର – ଗତକାଲିର ଘୂର୍ଣ୍ଣିବଳୟ ଆଜି ଆଭ୍ୟନ୍ତରୀଣ ଓଡ଼ିଶାର ମଧ୍ୟଭାଗ ଏବଂ ପାର୍ଶ୍ୱବର୍ତୀ ଛତିଶଗଡ ଅଂଚଳରେ ବାୟୁମଣ୍ଡଳରେ ୭.୬ କି.ମି. ଉଚ୍ଚତା ଯାଏଁ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଆହୁରି ୨୪ ଘଂଟା ରାଜ୍ୟରେ ବିସ୍ତୃତି ବର୍ଷା ତଥା ପଶ୍ଚିମ ଓଡିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।