ଭୁବନେଶ୍ଵର : ଘନୀଭୂତ ହୋଇ ସୁଦୃଶଃ – ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ଲଘୁଚାପ । ଉତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତୀ ଉତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ଏହା ସକ୍ରିୟ ରହିଛି । ଏହା ଆଗାମୀ ୨ ଦିନ ଯାଏଁ ଓଡିଶା ଏବଂ ଛତିଶଗଡ଼ ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି ।
ଅନ୍ୟପକ୍ଷରେ ସୁଦୃଶଃ -ଲଘୁଚାପ କ୍ଷେତ୍ର ର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।