
PM paying floral tributes to the former Prime Minister of India, Shri Atal Bihari Vajpayee on his death anniversary at Sadaiv Atal, in New Delhi on August 16, 2023.
ନଆଦିଲ୍ଲୀ : ଆଜି ହେଉଛି ଭାରତ ରତ୍ନ ଅଟଳ ବିହାର ବାଜପେୟୀଙ୍କ ପୁଣ୍ୟତିଥି । ଏହି ଅବସରରେ ତାଙ୍କର ସ୍ମୃତିସ୍ଥଳ ସୈଦବ ଅଟଳରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ । ବିରୋଧୀ ଦଳର ନେତା ମାନେ ମଧ୍ୟ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।
ବୁଧବାର ସକାଳେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀଶ ଧନଖଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟାନ୍ୟ କେନ୍ଦ୍ରମନ୍ତ୍ରୀ,ନେତା ଓ କାର୍ଯ୍ୟକର୍ତ୍ତା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାର ବାଜପୋୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।
ପୂର୍ବତନ ପ୍ରଧାନମନ୍ତ୍ରୀ, ଭାରତରତ୍ନ ଅଟଳ ବିହାର ବାଜପେୟୀଙ୍କ ସ୍ମୃତିପୀଠ ସଦୈବ ଅଟଳ ଠାରେ ଏକ ପ୍ରାର୍ଥନା ସଭା ଆୟୋଜିତ ହୋଇଥିଲା । ଏହି ପ୍ରାର୍ଥନା ସଭାରେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ଲୋକସଭାର ଅଧ୍ୟକ୍ଷ ଓମ୍ ବିର୍ଲା, କେନ୍ଦ୍ରମନ୍ତ୍ରୀ ଅମିତ ଶାହ, ରାଜନାଥ ସିଂ, ନୀତିନ ଗଡକରୀ, ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ରାଜ୍ୟସଭାର ଉପସଭାପତି ହରିବଂଶ, ଏନସିପି ନେତା ପ୍ରଫୁଲ୍ଲ ପଟେଲ, ଅପନା ଦଳର ନେତା ଅନୁପ୍ରିୟା ପଟେଲ,ହମ୍ ପାର୍ଟିର ସଂସ୍ଥାପକ ଜୀତନରାମ ମାଝୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।