ଭୁବନେଶ୍ୱର, 27 ଫେବୃଆରୀ – ଯୁକ୍ତ ଦୁଇ ପରୀକ୍ଷାରେ ତ୍ରୁଟି ହୋଇଥିବା ପ୍ରସଙ୍ଗକୁ ସ୍ୱୀକାର କରିଛନ୍ତି ସିଏଚଏସଇ କର୍ତୃପକ୍ଷ । ଏ ନେଇ ଗ୍ରେସ ମାର୍କ ପ୍ରଦାନ କରାଯିବ ବୋଲି ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।
ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ କହିଛନ୍ତି ଯେ ଯୁକ୍ତ ୨ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଛି ‘ଆଉଟ ଅଫ୍ ସିଲାବସ୍ ନୁହେଁ, ଚଏସ୍ ଡେଫିସିଟ୍ ରହିଛି’ବୋଲି ସେ କହିଛନ୍ତି ।
ସେ କହିଛନ୍ତି ଯେ, ରେଗୁଲାର ଓ ଏକ୍ସ ରେଗୁଲାର ସିଲାବସକୁ ନେଇ ପ୍ରଶ୍ନ ପ୍ରସ୍ତୁତ ହୋଇଥିଲା । କେବଳ ରେଗୁଲାର ପିଲାଙ୍କ ପ୍ରଶ୍ନରେ ଚଏସ୍ ଡେଫିସିଟ୍ ରହିଛି ବୋଲି କହିଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ । ମୋଟ ୧୯ ନମ୍ବର ଚଏସ୍ ଡେଫିସିଟ ରହିଛି । ଯେଉଁ ପିଲା ଏସବୁ ପ୍ରଶ୍ନ ଆଟେମ୍ପ୍ଟ ନେଇଥିବେ ସେମାନେ ଗ୍ରେସ୍ ମାର୍କ ପାଇବେ ବୋଲି କହିଛନ୍ତି ପରୀକ୍ଷା ନିୟନ୍ତ୍ରକ ।
ଆଟେମ୍ପ୍ଟ ନେଇ ନ ଥିଲେ ପିଲାଙ୍କୁ ଗ୍ରେସ୍ ମାର୍କ ମିଳିବ ନାହିଁ ସେ କହିଛନ୍ତି । ଯେତିକି ଚଏସ ଡେଫିସିଟ ପ୍ରଶ୍ନ ଆଟେମ୍ପ୍ଟ କରିଥିବେ ତାହାର ପୂରା ମାର୍କ ପାଇବେ । ତେଣୁ ସବୁ ପିଲାଙ୍କୁ ସମାନ ଗ୍ରେସ୍ ମାର୍କ ମିଳିବ ନାହିଁ । କେଉଁଠି ତ୍ରୁଟି ରହିଲା ତଦନ୍ତ କରି ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ।