– ୩୦ ରୁ ଅକ୍ଟୋବର ୩ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର, 28 ସେପ୍ଟେମ୍ବର – ମିଆଁମାର ଏବଂ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ସମୁଦ୍ର ପତନ ଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଂଟା ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତର-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତୀ ସମୟରେ ଏହା ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇ ଉତର-ପଶ୍ଚିମ ଦିଗକୁ ଉତର ଓଡ଼ିଶା ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ଗତି କରିବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ସେପ୍ଟେମ୍ବର ୩୦ରୁ ଅକ୍ଟୋବର ୩ ତାରିଖ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆସନ୍ତା ୩ ଦିନ ମଧ୍ୟରେ ଓଡ଼ିଶାର କେତେକ ଜିଲ୍ଲାରେ ବଜ୍ରପାତ ସହ କାଳବୈଶାଖୀ ଜନିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ୨୪ ଘଂଟା ମଧ୍ୟରେ ରାଜ୍ୟର ୧୪ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ଆସନ୍ତାକାଲି କେନ୍ଦୁଝର, ମୟୁରଂଭଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।