ଭୁବନେଶ୍ଵର : ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ । ଯାହାର ପ୍ରଭାବରେ ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ ରୁ ୨୦ ସେ.ମି.) ପାଇଁ ଅରେଞ୍ଜ ସତର୍କତା ଜାରି କରାଯାଇଛି । ଫଳରେ ତଳୁଆ ଅଂଚଳରେ ପାଣି ଜମିବାର ସମ୍ଭାବନା ରହିଛି । ଉତରପଶ୍ଚିମ ବଙ୍ଗୋପସାଗର ଅଂଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ତୀବ୍ର ବୃଷ୍ଟିପାତ ଜାରି ରହିଛି ।
ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ୧୭ ଏବଂ ୧୮ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।