ଭୁବନେଶ୍ୱର – ଧର୍ମେନ୍ଦ୍ର ପ୍ରଧାନ ପୂର୍ବରୁ ମିଛୁଆ ଥିଲେ ଏକଥା ଓଡିଶାବାସୀ ଜାଣିଥିଲେ । ଏବେ ତାଙ୍କର ପ୍ରମୋସନ୍ ହୋଇ ସେ ସୁପର ମିଛୁଆ ହୋଇସାରିଛନ୍ତି, ଏହା ପୁଣି ପ୍ରମାଣିତ ହୋଇଛି ବୋଲି ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ବିଜେଡି ମୁଖପାତ୍ର ସ୍ୱୟଂପ୍ରକାଶ ମହାପାତ୍ର ।
ଶ୍ରୀ ମହାପାତ୍ର କହିଛନ୍ତି, କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଥିଲେ, କେନ୍ଦ୍ର ସରକାର ରାଜ୍ୟ ଟ୍ରେଜେରୀକୁ ନବକଳେବର ପାଇଁ ୫୦ କୋଟି ଟଙ୍କା ଦେଇଥିଲେ । ସତ କଥା ହେଲା, ୫୦ କୋଟି ନୁହେଁ ଆଇଟିଡିସି ଜରିଆରେ ୧୦ କୋଟି ଟଙ୍କା କେନ୍ଦ୍ର ସରକାର ଦେଇଥିଲେ, ଏଥିରୁ ୬ କୋଟି ୫୦ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିଲା । ଅର୍ଥାତ୍, ନବକଳେବର ପାଇଁ କେନ୍ଦ୍ର ସରକାରଙ୍କ ଅବଦାନ ଥିଲା ସାଢେ ୬ କୋଟି ଟଙ୍କା ।
ଆରମ୍ଭ ଦିନରୁ ପରିକ୍ରମା ପ୍ରକଳ୍ପକୁ ବିରୋଧ କରୁଥିଲେ ଶ୍ରୀ ପ୍ରଧାନ । ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରି ଫେରିବା ଦିନ ମୁଖ୍ୟମନ୍ତ୍ରୀଙ୍କୁ ଅଣ୍ଡା ମାଡ କରାଇଥିଲେ । କିଛି ଦିନ ତଳେ ସାମ୍ବାଦିକ ସମ୍ମିଳନୀରେ ସେ ନିଜେ କହିଥିଲେ, ପରିକ୍ରମା ପ୍ରକଳ୍ପକୁ ସେ ବିରୋଧ କରୁଛନ୍ତି ।ଏବେ ସାମ୍ବାଦିକ ସମ୍ମିଳନୀ କରି କହୁଛନ୍ତି, ପରିକ୍ରମା ପ୍ରକଳ୍ପ ପଛରେ ସେମାନଙ୍କର ସମର୍ଥନ ରହିଥିଲା ।
ଏଭଳି ଦୋମୁହାଁ ଚରିତ୍ର ହିଁ ଧର୍ମେନ୍ଦ୍ର ପ୍ରଧାନଙ୍କର ଅସଲ ମାନସିକତାକୁ ପଦାରେ ପକାଉଛି । ଶ୍ରୀ ପ୍ରଧାନ ବୋଧହୁଏ ବୁଝିପାରୁନାହାନ୍ତି, ସେ କ’ଣ କରୁଛନ୍ତି । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା, ଭଗବାନ
