ଭୁବନେଶ୍ଵର : ଦକ୍ଷିଣ-ପଶ୍ଚିମ ଏବଂ ତତ୍ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପ ସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ୨୩ ତାରିଖ ବେଳକୁ ଏହା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇପାରେ । ଯାହାର ପ୍ରଭାବରେ ୨୩ ଓ ୨୪ ତାରିଖ ବେଳକୁ ଓଡ଼ିଶାରେ ବର୍ଷାର ପରିମାଣ ସାମାନ୍ୟ ବୃଦ୍ଧି ପାଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।