ଭୁବନେଶ୍ଵର : ଚଳିତ ମୌସୁମୀ ଋତୁରେ, ୧ ଜୁନ୍ ରୁ ୨୮ ଅଗଷ୍ଟ ସୁଦ୍ଧା ରାଜ୍ୟରେ ୭୮୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଯାହାକି ଏହି ସମୟରେ ସ୍ଵାଭାବିକ୍ ବର୍ଷା ୮୮୪.୨ ମି.ମି ରହିଥାଏ ।
ଏହି ଅବଧି ମଧ୍ୟରେ ୧୧ ଜିଲ୍ଲାରେ ନିଅଂଟିଆ, ଗୋଟିଏ ଜିଲ୍ଲାରେ ଅତ୍ୟଧିକ ଏବଂ ଅନ୍ୟ ୧୮ ଜିଲ୍ଲାରେ ସ୍ଵାଭାବିକ ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।