ଭୁବନେଶ୍ଵର, ୨୪ ଅକ୍ଟୋବର – ଭୀଷଣ ସାମୁଦ୍ରିକ ଝଡ଼ ଦାନା ପ୍ରଭାବରେ ଆଗାମୀ ୩ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । ଏନେଇ ଆଜି ସକାଳ ୮ଟା ୩୦ ଠାରୁ ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ଭୀଷଣରୁ ଅତିଭୀଷଣ ବର୍ଷା ନେଇ ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ଯାଜପୁର, ବାଲେଶ୍ୱର ଏବଂ ମୟୂରଭଞ୍ଜ । ଏସବୁ ଜିଲ୍ଲାର କେତେକ ସ୍ଥାନରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ଭୀଷଣରୁ ଅତିଭୀଷଣ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ନୟାଗଡ଼ ଏବଂ ଢ଼େଙ୍କାନାଳ । ଏଥିସହ ଭୀଷଣ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ବୌଦ୍ଧ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ କନ୍ଧମାଳ ।
ଅନୁରୂପ ଭାବେ ୨୫ ତାରିଖ ସକାଳ ସାଢ଼େ ୮ଟା ଠାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ । ସେହିପରି ଭୀଷଣରୁ ଅତିଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଯାଜପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, ଅନୁଗୁଳ, କଟକ, ଜଗତସିଂହପୁର । ଏଥି ସହ ଭୀଷଣ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଖୋର୍ଦ୍ଧା, ଝାରସୁଗୁଡ଼ା, ନୟାଗଡ଼, ବୌଦ୍ଧ, ପୁରୀ ।
ସେହିପରି ୨୬ ତାରିଖ ସକାଳ ସାଢ଼େ ୮ଟା ଠାରୁ ୨୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଭୀଷଣ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର ଏବଂ କଳାହାଣ୍ଡି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।