ଭବାନୀପାଟଣା : ଗତକାଲି କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭାରପ୍ରାପ୍ତ ଉପ ଜିଲ୍ଲାପାଳ, ଧର୍ମଗଡ଼ ତଥା ଅତିରିକ୍ତ ଜିଲ୍ଲା ପରିଷଦ ମୂଖ୍ୟ ଉନ୍ନୟନ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ବ୍ଲକ୍ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୧୧୦ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୭୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୧ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ଜଣକୁ ସହାୟତା ମଞ୍ଜୁର କରାଯାଇଥିଲା।