ଭୁବନେଶ୍ଵର : ଗତକାଲିର ଲଘୁଚାପ କ୍ଷେତ୍ର ଆଜି ଆହୁରି ଘନୀଭୂତ ହୋଇ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ସୁଦୃଶଃ- ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ଉତର-ପଶ୍ଚିମ ଦିଗରେ ଗତିକରି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଆହୁରି ଘନୀଭୂତ ହୋଇ ୨୨ ତାରିଖ ସୁଦ୍ଧା ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ପରବର୍ତୀ ୩ ଦିନ ଯାଏଁ ଏହା ଉତର-ଉତରପୂର୍ବ ଦିଗରେ ଗତିକରି ବାଂଲାଦେଶ ପାର୍ଶ୍ଵବର୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।