ଭୁବନେଶ୍ୱର : ବଙ୍ଗୋପସାଗରରେ ସକ୍ରିୟ ଥିବା ଗତକାଲିର ସଦୃଶ ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ବର୍ତମାନ ଏହା ଦକ୍ଷିଣ-ପଶ୍ଚିମ ଝାଡ଼ଖଣ୍ଡ ଓ ଏହାର ସଂଲଗ୍ନ ଉତର ଛତିଶଗଡ଼ ଉପରେ ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଗାମୀ ୨ ରୁ ୩ ଦିନ ପର୍ଯ୍ୟନ୍ତ କିଛି ଜିଲ୍ଲାରେ ବର୍ଷା ଲାଗି ରହିପାରେ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ୨୪ମଧ୍ୟରେ ରାଜ୍ୟର ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲାକୁ ଓରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ଏହି ସମୟ ମଧ୍ୟରେ ବଲାଙ୍ଗୀର, ବୌଦ୍ଧ, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ସେମି) ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।