ଭୁବନେଶ୍ୱର : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ପ୍ରଧାନ ଟୁଇଟ୍ କରିଛନ୍ତି ଯେ କେନ୍ଦ୍ରାପଡ଼ା ଜିଲ୍ଲାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମକର ଦାସଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସ୍ୱାଧୀନତା ସଂଗ୍ରାମ ଓ ସମାଜରୁ କୁସଂସ୍କାର ଦୂର କରିବା ଦିଗରେ ତାଙ୍କର ଯୋଗଦାନ ଅତୁଳନୀୟ । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି