ଭୁବନେଶ୍ୱର : ସିକ୍କିମରେ ବନ୍ୟାରେ ଅଭାବନୀୟ ଅଘଟଣ ଘଟି ଶହୀଦ ହୋଇଥିବା ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକର ଯବାନ ସରୋଜ କୁମାର ଦାସଙ୍କ ସମେତ ଅନ୍ୟ ଯବାନଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ସେ ଟ୍ୱିଟ୍ କରିଛନ୍ତି ଯେ, ସିକ୍କିମରେ ବନ୍ୟାରେ ଅଭାବନୀୟ ଅଘଟଣରେ ଓଡ଼ିଆ ଯବାନ ସରୋଜ କୁମାର ଦାସ ଶହୀଦ ହୋଇଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ରାଷ୍ଟ୍ର ପାଇଁ ତାଙ୍କର ସେବା କାର୍ଯ୍ୟ ଓ ସମର୍ପଣ ଭାବନା ସବୁ ଦିନ ପାଇଁ ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଏହି ଦୁଃଖଦ ସମୟରେ ମହାପ୍ରଭୁ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ।