ଭୁବନେଶ୍ୱର, 13 ଅକ୍ଟୋବର – ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡିଶାରୁ ସମ୍ପୂର୍ଣ୍ଣ ଭାବେ ବିଦାୟ ନେଇଛି । ଗତ ଜୁନ୍ ୨୨ ତାରିଖରେ ମୌସୁମୀ ଓଡିଶାରେ ପ୍ରବେଶ କରିଥିଲା । ଅନ୍ୟପକ୍ଷରେ ସାରା ରାଜ୍ୟରେ ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି । ଅନେକ ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି । ପାଣିପାଗ ବିଶେଷଜ୍ଞଙ୍କ ଅନୁସାରେ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ନାହିଁ । ଫଳରେ ଗରମ ଲାଗି ରହିପାରେ ।